ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା | ସୂଚନା ଦେଲା ପାଣି ପାଗ ବିଭାଗ |

Spread the love

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱା।ର୍ଣ୍ଣିଂ ଜାରି କରାଯାଇଛି।

ଏତଦ ବ୍ୟତୀତ ଜୁନ ୪ରୁ ୫ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା,ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୩୯.୦ଡିଗ୍ରି ସେଲସିୟସ ସର୍ବାଧିକ  ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ତାପମାତ୍ରା ରହିଛି।

Leave a Reply

Your email address will not be published. Required fields are marked *